ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣାକୁ ନେଇ ରାଜନୈତିକ ଉତ୍ତେଜନା ଆରମ୍ଭ ହୋଇଛି । ଘଟଣାକୁ ଅତ୍ୟନ୍ତ ସ୍ପର୍ଶକାତର ଏବଂ ହୃଦୟବିଦାରକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
କେବଳ ସେତିକି ନୁହେଁ, ସେହିପରି ଭଦ୍ରକ ଅରଞ୍ଜିରେ ମା’ର ମୃତ୍ୟୁ ପରେ କିସ୍ତି ଟଙ୍କା ପାଇଁ ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଏସଏଚଜିର ମହିଳାମାନେ ନିସ୍ତୁକ ମାଡ଼ ମାରିବା ପରି ଘଟଣାକୁ ନେଇ ନବୀନ କହିଛନ୍ତି ଯେ, ସଭ୍ୟ ସମାଜରେ କଦାପି ଗ୍ରହଣୀୟ ନୁହେଁ। ବିଜୁ ଜନତା ଦଳର ସରକାର ସମୟରେ ମିଶନ ଶକ୍ତି ଜରିଆରେ ମା’ମାନେ ସଫଳତାର ସିଡ଼ି ଚଢୁଥିଲେ ଏବଂ ନିଜର ପରିଚୟ ସୃଷ୍ଟି କରୁଥିଲେ।