ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜେ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।
