Skip to content
- ପ୍ରଥମ କଳା – ନିବୃତ୍ତି : ସଂସାରରେ ରହି ସଂସାରିକତାରୁ ମୁକ୍ତ ହେବାର କଳା ।
- ଦ୍ୱିତୀୟ କଳା – ପ୍ରତିଷ୍ଠା : ସତମାର୍ଗରେ ଯଶ ଅର୍ଜନ କରିବାର କଳା ।
- ତୃତୀୟ କଳା – ବିଦ୍ୟା : ନିଃସ୍ୱାର୍ଥ ଭାବରେ ଆଜି ଜନହିତକର ବିସ୍ତାର କରିବାର କଳା ।
- ଚତୁର୍ଥ କଳା – ଶାନ୍ତି : ମନ ଓ ମସ୍ତିଷ୍କ ମଧ୍ୟରେ ସମନ୍ୱୟ ରଖି ସ୍ଥିର ଚିତରେ ରହିବାର କଳା ।
- ପଞ୍ଚମ କଳା – ଇନ୍ଧିକା : ନିଜ ଅନ୍ତଃଶକ୍ତିକୁ ସଂଗ୍ରହ କରିବାର କଳା ।
- ଷଷ୍ଠ କଳା – ଦୀପିକା: ଶକ୍ତିର ସତ ଏବଂ ଉପଯୁକ୍ତ ପ୍ରୟୋଗର କଳା ।
- ସପ୍ତମ କଳା – ରେଚିକା : ନିଜ ଦୁଷ୍ଟ ପ୍ରବୃତ୍ତିକୁ ଚିହ୍ନି, ତାହାକୁ ସ୍ୱୀକାର କରି ପରିତ୍ୟାଗ କରିବାର କଳା ।
- ଅଷ୍ଟମ କଳା- ମୋଚିକା : ମାୟା ଓ ମୋହରୁ ମୁକ୍ତ ହେବାର କଳା ।
- ନବମ କଳା – ପରା : ନୂଆ ଦିଶା ଅଙ୍କନ ଓ ଭିନ୍ନ ଅମୃତ ଲକ୍ଷ ସ୍ଥାପନ କରିବାର କଳା ।
- ଦଶମ କଳା – ସୂକ୍ଷ୍ମ : ସତ ସୂକ୍ଷଗତ ବିଚାର କରିବାର କଳା ।
- ଏକାଦଶ କଳା – ସୁକ୍ଷ୍ମ ଅମୃତ :ଅମୃତତୁଲ୍ୟ କଥାର ପ୍ରୟୋଗ ତଥା ତାହାକୁ ଅମୃତ ପରି ବିସ୍ତରଣର କଳା ।
- ଦ୍ୱାଦଶ କଳା – ଜ୍ଞାନ : ଠିକ ଓ ଭୁଲ ମଧ୍ୟରେ ପ୍ରଭେଦକୁ ବୁଝିବା ଓ ବୁଝାଇବା କଳା ।
- ତ୍ରୟୋଦଶ କଳା- ଜ୍ଞାନ ଅମୃତ : ଜ୍ଞାନ ଅର୍ଜନ କରି ତାହାକୁ ଅମୃତ ପରି ବାଣ୍ଟିବାର କଳା ।
- ଚତୁର୍ଦ୍ଦଶ କଳା – ଅପ୍ୟାୟିନୀ : ନିଜ କର୍ମଦ୍ୱାରା ସମାଜ କଲ୍ୟାଣ କରିବାର କଳା ।
- ପଞ୍ଚଦଶ କଳ – ବ୍ୟାପିନୀ : ସତ୍ୟକୁ ସର୍ବବ୍ୟାପୀ କରିବାର କଳା ।
- ଷୋଡ଼ଶ କଳା – ବ୍ୟୋମରୂପା : ଆକାଶ ପରି ନିଜ ବିରାଟ ବ୍ୟକ୍ତିତ୍ୱରେ ସମସ୍ତଙ୍କୁ ସମାହିତ କରିବାର କଳା।