ମଞ୍ଚ ସ୍ନାନଂ ରଥବରଗତିଃ ଶାୟନଂ ଚାୟନେ ଦ୍ୱେ
ପାର୍ଶ୍ୱ ବୃତ୍ତିଃ ଶୟନ ନିବୃତ୍ତି ପାବୃତ୍ତୈ ପୁଷ୍ୟପୂଜା
ଦୋଳଯାତ୍ରା ଦମନକମହୋତାକ୍ଷ ପୂଜା ତୃତୀୟା
ଚୈକଂ ଯାତ୍ରା ବିଧନିଗଦିତା ଦ୍ୱାଦଶୈତା ନରେନ୍ଦ୍ର ।
ମହାପ୍ରଭୁମାନଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ମହାବେଦୀ ମହୋତ୍ସବ ହିଁ ଶ୍ରେଷ୍ଠ ବୋଲି ସ୍କନ୍ଧ ପୁରାଣର ପୁରୁଷୋତ୍ତମ ମାହାତ୍ମ୍ୟରେ କୁହାଯାଇଛି। ଏପରିକି ଏହି ମହାବେଦୀ ମହୋତ୍ସବକୁ ନିର୍ମଳ ମନରେ ଯେଉଁ ଭକ୍ତ ଦର୍ଶନ କରେ ତାର ଶତକୋଟି ଜନ୍ମର ପାପରାଶି କ୍ଷଣକେ ନଷ୍ଟ ହୁଏ। ଶ୍ରୀଜଗନ୍ନାଥଙ୍କର ଉତ୍ସବମୁଖର ଏହି ଗୁଣ୍ଡିଚା ଯାତ୍ରା କେବଳ ଓଡ଼ିଶା କାହିକିଁ ବିଶ୍ୱର ଏକ ସହସ୍ର ଅଶ୍ୱମେଧ ଯଜ୍ଞର ଫଳ ମିଳିଥାଏ ବୋଲି ବିଶ୍ୱାସ କରାଯାଏ । ତେଣୁ ପୁରାଣମାନଙ୍କରେ କୁହାଯାଇଛି – ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ ଗୁଣ୍ଡିଚା ମନ୍ଦିରରେ ଏକ ଦିବସ ଦର୍ଶନରେ ସେତିକି ଫଳ ଲାଭ ହୁଏ।
