chief-minister-launches-shri-jagannath-darshan-yojan
୨୦୨୯-୩୦ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଚାଷ ଜମିକୁ ଜଳସେଚନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏଥି ସହିତ କେନାଲର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଜଳ ପହଞ୍ଚାଇବାକୁ ଆମେ ସୁନିଶ୍ଚିତ କରୁଛୁ। ଏହାକୁ ଦୃଷ୍ଟିରେ ରଖି ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କାର୍ଯ୍ୟାଳୟରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ଏହା କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି।
ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର (State Hydrological Data Center) ଯାଇ ସେଠାରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଏହାର କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ବୁଝିଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ରର ତଥ୍ୟ ଅନୁଯାୟୀ Real-Time ଭିତ୍ତିରେ ରାଜ୍ୟରେ ଜଳ ପରିଚାଳନା କରାଯାଇଥାଏ।
ଏହା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉପବିଭାଗ ପରିଦର୍ଶନ କରି ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ କାର୍ଯ୍ୟରେ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଲକ୍ଷ୍ୟ ପୂରଣ ପାଇଁ ଆପଣମାନେ ଆହୁରି ପ୍ରତିବଦ୍ଧତାର ସହ କାମ କରନ୍ତୁ ।