chief-minister-launches-shri-jagannath-darshan-yojan
ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ଏକ ପୂର୍ବାନୁମାନଯୋଗ୍ୟ ଏବଂ ସୂତ୍ର-ଭିତ୍ତିକ ବ୍ୟବସ୍ଥା ମାଧ୍ୟମରେ ସ୍ଥାନୀୟ ସଂସ୍ଥାଗୁଡ଼ିକର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ସମାନତା ବିଚାର, ଆଞ୍ଚଳିକ ବୈଷମ୍ୟ, ଗ୍ରାମୀଣ ଏବଂ ସହରାଞ୍ଚଳର ସ୍ଥାନୀୟ ପୃଥକ ଆବଶ୍ୟକତା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । କମିଶନ ସ୍ଥାନୀୟ ସଂସ୍ଥାଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଆର୍ଥିକ ଏବଂ ଅଣ-ଆର୍ଥିକ ଉଭୟ ସୁପାରିଶ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି, ଯାହା ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର ଅର୍ଥ କମିଶନ (CFC) ଅନୁଦାନ ଅଧୀନରେ ରାସ୍ତା, ପାନୀୟ ଜଳ ଯୋଗାଣ, ପରିମଳ, ରାସ୍ତା ଆଲୋକୀକରଣ, ପାର୍କ ଏବଂ ସାଧାରଣ ଉପଯୋଗୀତା ଇତ୍ୟାଦି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ବିଷୟରେ ପ୍ରକୃତ ସୂଚନା ପ୍ରଦାନ କରିବ । ନାଗରିକ, ନିର୍ବାଚିତ ପ୍ରତିନିଧି କିମ୍ବା ଯେକୌଣସି ବ୍ୟକ୍ତି https://samikshya.odisha.gov.in ଲିଙ୍କ୍ ମାଧ୍ୟମରେ ପୋର୍ଟାଲରେ ପ୍ରବେଶ କରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନର ପ୍ରଗତି ତଦାରଖ କରିପାରିବେ ।
ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଆର୍ଥିକ ମାନଦଣ୍ଡ, ପଞ୍ଚାୟତ ସ୍ତରର ଢାଞ୍ଚା ପରିବର୍ତ୍ତନ, ଜନସାଧାରଣଙ୍କ ଜୀବନଧାରଣାର ମାନ ବୃଦ୍ଧି, ପ୍ରତ୍ୟେକ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସ୍ଥିତି ସୁଧାରିବାକୁ ତତ୍ସହିତ ସମୃଦ୍ଧ ଓଡ଼ିଶାର ଭିତ୍ତି ସୁଦୃଢ଼ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।