ଆଜି ୧୦ ଟି ବିଭାଗର ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମୋହର । ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୫ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ , ଶିଳ୍ପ ବିଭାଗ, ଜଳ ସମ୍ପଦ ବିଭାଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ, ବିଜ୍ଞାନ ଓ କାରିଗରୀ, ଆଇନ, ସମବାୟ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ବିଭାଗ, ସଂସଦୀୟ ବ୍ୟାପାର ବିଭାଗ ଆଦି ପ୍ରତ୍ୟେକରୁ ଗୋଟିଏ ଲେଖାଏଁ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୨ଟି ଏହିପରି ମୋଟ ୧୨ ଟି ପ୍ରସ୍ତାବ ଅନୁମୋଦନ କରାଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଥିଲେ ।
ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ଆଗାମୀ ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହେବାକୁ ଥିବା ସପ୍ତଦଶ ବିଧାନ ସଭାର ୬ଷ୍ଠ ଅଧିବେଶନ ଅନୁମୋଦନ ସମ୍ପର୍କିତ ଥିଲl l