ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍ନାଲ୍ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।
ଏହି କ୍ରମରେ ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷାରେ ଡିପ୍ଲୋମା (DECE- Diploma Programme in Early Childhood Care and Education) ପାଠ୍ୟକ୍ରମର ପାଠ୍ୟ ପୁସ୍ତକକୁ ଓଡ଼ିଆ ଭାଷାରେ ଅନୁବାଦ କରାଯାଇଛି, ଯାହାକୁ ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉନ୍ମୋଚନ କରିଛନ୍ତି।