ଭୁବନେଶ୍ୱର,୮।୨: ଫେରୁଛି ବର୍ଷା। ୧୧ରୁ କାଚିବ । ଦୁଇ ଦିନ ଧରି ୧୬ ଜିଲ୍ଲାକୁ ବୁଡାଇବ । ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ରିପୋର୍ଟ ଅନୁଯାୟୀ ୧୧ ତାରିଖରେ ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ।
ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ ଓ ବୌଦ୍ଧ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।